ଚିହ୍ନଟ ହେଲେ ଆଉ ୯୦ କରୋନା ଆକ୍ରାନ୍ତ, ୨,୪୭୮ ଛୁଇଁଲା ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୯୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୫ଜଣ, ନୟାଗଡ଼ରୁ ୭ଜଣ, ଅନୁଗୁଳ, ବାଲେଶ୍ୱର ଓ କଳାହାଣ୍ଡିରୁ ଜଣେ ଲେଖାଏ, ଭଦ୍ରକରୁ ୯ଜଣ, ଗଞ୍ଜାମରୁ ୨୨ଜଣ, ସମ୍ବଲପୁରରୁ ଜଣେ, ସୁନ୍ଦରଗଡ଼ରୁ ୫ଜଣ,ପୁରୀରୁ ୨ଜଣ, କଟକରୁ ୫ଜଣ,ବରଗଡ଼ରୁ ଜଣେ ଓ ଢେଙ୍କାନାଳରୁ ୧୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୭୮କୁ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୫୩ ଜଣ ଚିକିତ୍ସାଧୀନ ଥିବାବେଳେ ୧,୪୧୬ ଜଣ ସୁସ୍ଥ ହୋଇଛନ୍ତି। ତେବେ ୭ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୨ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି।

You might also like