ଟ୍ରକ୍‌ ପଛରେ ପିଟି ହେଲା କାର୍‌ !

ପାରାଦୀପ : କଟକ-ପାରାଦୀପ ରାସ୍ତାର ଲୋକନାଥ ଗଡ଼ା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ କାର୍‌ଟିଏ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ମୃତକ ହେଲେ ସାରଦା ପ୍ରସନ୍ନ ସ୍ୱାଇଁ। ତାଙ୍କ ଘର ପାରାଦୀପର ନୂଆବଜାର ଅଞ୍ଚଳରେ।

ଆହତ ଶିବ ପ୍ରସାଦ ସିଂ ଓ ଦୀପକ ଜେନାଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇ ଥିବା ବେଳେ ବିଜୟ କୁମାର ସାହୁଙ୍କୁ ଅଠରବାଙ୍କୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସା ପରେ ତାଙ୍କୁ ଛାଡ଼ି ଦିଆଯାଇଛି।

ସୂଚନା ଅନୁଯାୟୀ, କଟକ-ପାରାଦୀପ ରାସ୍ତାର ଲୋକନାଥ ଗଡ଼ା ନିକଟରେ ଟ୍ରକ୍‌ଟି ରାସ୍ତାକଡ଼ରେ ଠିଆ ହୋଇଥିଲା। ଏହି ସମୟରେ କାର୍‌ଟି ଆସି ତା’ ପଛରେ ପିଟି ହୋଇଥିଲା। ଘଟଣାସ୍ଥଳରେ ହିଁ ସାରଦାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଡାକ୍ତରଖାନା ପଠାଇବା ସହ  ସାରଦାଙ୍କ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇଛି। ତେବେ ଦୁର୍ଘଟଣା ପରେ ଟ୍ରକଟି ପଳାଇଛି ।

ଆହୁରି ପଢ଼ନ୍ତୁ

ହକି ଦଳର ଅଧିନାୟକ ମନପ୍ରୀତ ଓ ଅନ୍ୟ ୩ ଖେଳାଳିଙ୍କୁ କରୋନା

ଆଜି ସୁସ୍ଥ ହେଲେ ୧୮୧୦ କରୋନା ଆକ୍ରାନ୍ତ

କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଲୋକାୟୁକ୍ତଙ୍କ ନିକଟରେ ହାଜର ହେଲେନି ହେମନ୍ତ ଶର୍ମା

ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ପଛରେ ପଡ଼ିଲା ଗଞ୍ଜାମ; ଆଜି ଏହି ଜିଲ୍ଲାରେ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଁଖାଇ ପାଇଁ ସଟ୍‌ଡାଉନ୍ ଘୁଞ୍ଚାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଜୟନାରାୟଣଙ୍କ ଚିଠି

ଅଗଷ୍ଟ ଶେଷରେ ବସିପାରେ ବିଧାନସଭା ମୌସୁମୀ ଅଧିବେଶନ

ବଙ୍ଗୋପସାଗରରେ ଲଘୁଚାପ, ଓଡ଼ିଶାର ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

‘କରୋନା ତଥ୍ୟ ଲୁଚାଉଛନ୍ତି ରାଜ୍ୟ ସରକାର’

You might also like