ରାଜ୍ୟରେ ପୁଣି ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଓଡିଶା ପାଇଁ ଏକ ଖୁସି ଖବର। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଆଉ ଜଣେ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକର ଅଶ୍ୱିନୀ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା  କଳାହାଣ୍ଡିର ଏହି ଆକ୍ରାନ୍ତଙ୍କ ରିପୋର୍ଟ ନେଗେଟିଭ ଆସିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ କରାଯାଇ  ସୂଚନା ଦିଆଯାଇଛି।

ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶୁଭେଚ୍ଛା ଜଣାଇଛି।

ସୁଚନାଥାଉ କି, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 54ରେ ପହଞ୍ଚି ଥିବାବେଳେ ପୂର୍ବରୁ ସେମାନଙ୍କ ମଧ୍ୟରୁ 12ଜଣ ସୁସ୍ଥ ହୋଇଥିଲେ। ଆଜି ଆଉ ଜଣେ ସୁସ୍ଥ ହେବାପରେ ଏହି ସଂଖ୍ୟା 13ରେ ପହଞ୍ଚିଛି। ତେବେ କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି।

You might also like