ଦିନକରେ ୮୦୮ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହେଲେ ଆଉ ୮୦୮ ଜଣ। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା  ୧୫,୨୦୦ରେ ପହଞ୍ଚିଛି।

କେଉଁ ଜିଲ୍ଲାରୁ କେତେ:-

ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୩୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ରାୟଗଡ଼ାରୁ ୬୧, କଟକରୁ ୩୫, ମାଲକାନଗିରିରୁ ୩୦, ଗଜପତି ୨୨, ବାଲେଶ୍ୱର ଓ ଖୋର୍ଦ୍ଧାରୁ ୧୯ ଲେଖାଏଁ ସୁସ୍ଥ ହୋଇଛନ୍ତି।


ସେହିପରି ବରଗଡ଼ ଓ ଭଦ୍ରକରୁ ୧୮ ଲେଖାଏଁ, ବୌଦ୍ଧରୁ ୮, ଝାରସୁଗୁଡ଼ା, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝରରୁ ୭ ଲେଖାଏଁ, ସମ୍ବଲପୁରରୁ ୫, ନବରଙ୍ଗପୁର ୪, ସୁନ୍ଦରଗଡ଼ରୁ ୩ ଅନୁଗୁଳ, ଯାଜପୁର, ପୁରୀରୁ ୨ ଲେଖାଏଁ, କୋରାପୁଟ, ନୟାଗଡ଼ରୁ ଜଣେ ଲେଖାଏଁ ସୁସ୍ଥ ହୋଇଛନ୍ତି।

ସେହିପରି ଆଜି ରାଜ୍ୟରେ ୧,୫୯୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୫୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୬୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୭ ରହିଛି।ଗଞ୍ଜାମରୁ ସର୍ବାଧିକ ୭୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୩୨୦ ଜଣ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି।

ଆହୁରି ପଢ଼ନ୍ତୁ

୨୪ ଘଣ୍ଟାରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ରୋଗୀ

ପୁଣିଥରେ ମହିଳା କମିଶନଙ୍କ ନିକଟରେ ହାଜର ହେବା ପାଇଁ ଓଟିଭି ଏମଡିଙ୍କୁ ସମନ

ଦୀପିକାଙ୍କୁ କଙ୍ଗନାଙ୍କ କଟ୍ଟାକ୍ଷ: ‘ମାଲ୍ ହେ କ୍ୟା’

ଓଡ଼ିଆ ପୁଅଙ୍କୁ ଜର୍ସି ଉତ୍ସର୍ଗ କଲେ ଆର୍‌ସିବି ଅଲରାଉଣ୍ଡର୍ ମୋରିସ୍

ନାଳସଫା କରି ପାଠ ପଢ଼ା ଅର୍ଥ ସଂଗ୍ରହ କରୁଥିଲେ ଛାତ୍ର, ସହାୟତାର ହାତ ବଢ଼ାଇଲେ ପୋଲିସ ଅଧିକାରୀ

‘କରୋନା କଣ ଆମେ ଜାଣିନୁ’

ଆଜିଠୁ ଏହିସବୁ ରାଜ୍ୟରେ ଖୋଲିଲା ସ୍କୁଲ୍‌

‘ଧାର୍ମିକ ଭାବନାକୁ ଆଘାତ ଦେଇ ଫେସବୁକ୍‌ରେ ପୋଷ୍ଟ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ’

COVID-19କୁ ନେଇ ବଢ଼ିଲା ଚିନ୍ତା; ରୂପ ବଦଳାଇ ସୁସ୍ଥ ହୋଇଥିବା ରୋଗୀଙ୍କ ଶରୀରରେ ପୁଣି ସଂକ୍ରମିତ ହେଉଛିି

ସୁଶାନ୍ତଙ୍କୁ ହତ୍ୟା କରାଯାଇଥିଲା କି ? ଉଠିଲା ଏହି ୧୦ ପ୍ରଶ୍ନ

ୱାଶ୍‌ରୁମ୍‌ରୁ ମିଳିଲା ଜଣାଶୁଣା ଫ୍ୟାଶନ୍‌ ଡିଜାଇନର୍‌ଙ୍କ ମୃତଦେହ

ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

You might also like