ରିପବ୍ଲିକ ଟିଭି ଏଡିଟର ଅର୍ଣ୍ଣବ ଗୋସ୍ୱାମୀଙ୍କ ଉପରକୁ ଆକ୍ରମଣ

ମୁମ୍ବାଇ: ପୁଣି ଜଣେ ସାମ୍ବାଦିକଙ୍କ ଉପରକୁ ଆକ୍ରମଣ। ରିପବ୍ଲିକ ମିଡିଆ ନେଟୱର୍କର Editor-in-Chief ଅର୍ଣ୍ଣବ ଗୋସ୍ୱାମୀଙ୍କ ଉପରକୁ କିଛି ଦୁର୍ବୃତ୍ତ ଆକ୍ରମଣ କରିଥିବା କରିଥିବା ସୂଚନା ମିଳିଛି।

ଗତକାଲି ବିଳମ୍ବିତ ରାତିରେ ଅର୍ଣ୍ଣବ ଓ ତାଙ୍କ ପତ୍ନୀ କାରରେ ଷ୍ଟୁଡିଓରୁ ଘରକୁ ଫେରୁଥିବାବେଳେ କିଛି ଦୁର୍ବୃତ୍ତ ସେମାନଙ୍କ ଉପରକୁ ଆକ୍ରମଣ କରିଥିଲେ।  ସେମାନେ ଅର୍ଣ୍ଣବଙ୍କୁ ଗାଳିଗୁଲଜ କରିବା ସହ ଗାଡ଼ି କାଚକୁ ଭାଙ୍ଗିବା ପାଇଁ ଚେଷ୍ଟା କରିଥିଲେ । ପରେ ଅର୍ଣ୍ଣବଙ୍କ ସୁରକ୍ଷା କର୍ମୀ ସେମାନଙ୍କୁ କାବୁ କରିଥିଲେ ।

ଏହି ଘଟଣା ପରେ, ଅର୍ଣ୍ଣବ ଏକ ଭିଡ଼ିଓ ମେସେଜ ଜାରି କରି ଘଟଣା ପାଇଁ ଯୁବ କଂଗ୍ରେସ କର୍ମୀଙ୍କୁ ଦାୟୀ କରିଛନ୍ତି। 

“ସୋନିଆ ଗାନ୍ଧିଙ୍କ ନିର୍ଦ୍ଦେଶକ୍ରମେ ଯୁବ କଂଗ୍ରେସ କର୍ମୀ ମୋତେ ଆକ୍ରମଣ କରିଛନ୍ତି” ବୋଲି ଅର୍ଣ୍ଣବ ଅଭିଯୋଗ ଆଣିଛନ୍ତି। ଅର୍ଣ୍ଣବଙ୍କ ଘରଠାରୁ ମାତ୍ର କିଛି ମିଟର ଦୂର କାନପାତରାଓ କଦମ ମାର୍ଗରେ  ଏହି ଘଟଣା ଘଟିଛି।

ଏହି ଘଟଣାକୁ ନେଇ ଏନଏମ ଯୋଶୀ ମାର୍ଗ ପୁଲିସ ଷ୍ଟେସନରେ ମାମଲା ରୁଜୁ ହୋଇଛି। ଏହି ଘଟଣାରେ ସମ୍ପୃକ୍ତି ନେଇ ପୁଲିସ ଦୁଇ ଜଣଙ୍କୁ ଗିରଫ କରିଥିବା ସୂଚନା ମିଳିଛି ।

ମହାରାଷ୍ଟ୍ରର ପାଲଘର ଠାରେ ଦୁଇ ଜଣ ସାଧୁ ଓ ସେମାନଙ୍କର ଡ୍ରାଇଭରଙ୍କୁ ପିଟିପିଟି ହତ୍ୟା କରିବା ଘଟଣାରେ ଅର୍ଣ୍ଣ, କଂଗ୍ରେସକୁ ଦାୟୀ କରିଥିଲେ। ଏହି ପ୍ରସଙ୍ଗରେ ଅର୍ଣ୍ଣବ, ସୋନିଆ ଗାନ୍ଧିଙ୍କ ବିବୃତି ମାଗିଥିଲେ। କାହିଁକି ନା ମହାରାଷ୍ଟ୍ରରେ କଂଗ୍ରେସ ମେଣ୍ଟ ସରକାର ଏବେ କ୍ଷମତାରେ ଅଛି ।

ସୂଚନାଥାଉ କି, ଏହା ପୂର୍ବରୁ କଂଗ୍ରେସ କର୍ମୀ, ଅର୍ଣ୍ଣବ ଗୋସ୍ୱାମୀଙ୍କ ବିରୋଧରେ ଏକାଧିକ ଅଭିଯୋଗ କରିଥିଲେ ।

ଆହୁରି ପଢ଼ନ୍ତୁ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌ ମାମଲା: ଦୀପିକା, ସାରାଙ୍କ ସମେତ ଏହିସବୁ ଅଭିନେତ୍ରୀଙ୍କ ଫୋନ୍‌ ସିଜ୍‌

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

ଦିନକରେ ଓଡ଼ିଶାରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଗଲୱାନ ସଂଘର୍ଷରେ କେତେ ସୈନିକଙ୍କୁ ହରାଇଛି, ହିସାବ ଦେଲା ଚୀନ

ଓଡ଼ିଶାରୁ ସୁରତକୁ ଟ୍ରକ୍‌ରେ ଏମିତି ଚାଲାଣ ହେଉଥିଲା ଲକ୍ଷାଧିକ ଟଙ୍କାର ଗଞ୍ଜେଇ

ସୁଶାନ୍ତଙ୍କ ପୂର୍ବତନ ଟ୍ୟାଲେଣ୍ଟ୍‌ ମ୍ୟାନେଜର କହିଲେ, ଶ୍ରଦ୍ଧାଙ୍କ ପାଇଁ ଅନ୍‌ଲାଇନ୍‌ରେ ଅର୍ଡର କରୁଥିଲେ…

ମନ୍ଦିର ରୋଷଶାଳା ନିକଟରୁ ମିଳିଲା ଯୁବକଙ୍କ ମୃତଦେହ

You might also like