ବର୍ଷା ଓ ବଜ୍ରପାତ ନେଇ ୫ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ଆଜି ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୫ଟି ଜିଲ୍ଲାବାସୀଙ୍କୁ ଆଜି ଦିନ ୩ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼। ଏହାପୂର୍ବରୁ ଆଜି ଦିନ ୧୦ଟା ୩୦ ଯାଏ ୮ ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଥିଲା।

You might also like