ବଜ୍ରପାତ ଓ ବର୍ଷା ନେଇ ଏହିସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ସ୍ଥାନରେ ଆଜି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୮ଟି ଜିଲ୍ଲାବାସୀଙ୍କୁ ଆଜି ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଖୋର୍ଦ୍ଧା, ସୁନ୍ଦରଗଡ଼ ଓ ନୟାଗଡ଼।

You might also like