ବର୍ଷା ସହ ବଜ୍ରପାତ ସମ୍ଭାବନା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଆଜି ବି କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

୧୧ଟି ଜିଲ୍ଲାବାସୀଙ୍କୁ ଆଜି ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର,ଖୋର୍ଦ୍ଧା, ପୁରୀ, କଟକ, ନୟାଗଡ଼, ଭଦ୍ରକ, ବାଲେଶ୍ୱର ଓ ଢେଙ୍କାନାଳ।

You might also like