ଭ୍ୟାକ୍ସିନ୍ ଇନ୍ସପେକ୍ଟରଙ୍କୁ କରୋନା, ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଲେ ରାୟଗଡ଼ା CDMO

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟର ଜଣେ ଭ୍ୟାକ୍ସିନ୍ ଇନ୍ସପେକ୍ଟର କରୋନାରେ ଆକ୍ରାନ୍ତ ହୋଇଛନ୍ତି।

ଭ୍ୟାକ୍ସିନ୍ ଇନ୍ସପେକ୍ଟରଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିବା ପରେ ସିଡିଏମ୍ଓଙ୍କ ସମେତ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଥିବା ଜଣାପଡ଼ିଛି।

ଅନ୍ୟପକ୍ଷରେ, ରାଜ୍ୟରେ ଆଉ ୧୧୦ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୧୦ ଆକ୍ରାନ୍ତଙ୍କ ମଧ୍ୟରୁ ୯୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

You might also like