ଭୋଟିଂ ବେଳେ ଗଣ୍ଡଗୋଳ, ୫ଜଣ ଗୁରୁତର

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାରେ ମତଦାନ ବେଳେ ବୁଥ୍ ବାହାରେ ଗଣ୍ଡଗୋଳ ହୋଇଛି। ଦୁଇ ଦଳର ସମର୍ଥକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟିବାରୁ ଏଥିରେ ୫ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଭୁବନେଶ୍ୱରରେ ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପରେ ସୁରକ୍ଷା ଦୃଷ୍ଟିରେ ବୁଥ୍‌ର ଚାରି ପାର୍ଶ୍ୱରେ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

ସୂଚନା ଅନୁସାରେ ବୋଲଗଡ଼ କଳାଙ୍ଗ ପଞ୍ଚାୟତର ୧ ନମ୍ବର ବୁଥରେ ଏକ ନିର୍ଦ୍ଦିଷ୍ଟ ଦଳ ରିଗିଂ କରୁଥିବା ଅଭିଯୋଗ ହୋଇଥିଲା। ଏ ସମ୍ପର୍କରେ ସୂଚନା ପାଇ ପ୍ରତିପକ୍ଷ ଦଳର କର୍ମୀମାନେ ସେଠାରେ ପହଞ୍ଚି ସେମାନଙ୍କୁ ବିରୋଧ କରିଥିଲେ। ଫଳରେ ଉଭୟ ଗୋଷ୍ଠୀଙ୍କ ମଧ୍ୟରେ ଗଣ୍ଡଗୋଳ ଜୋର୍‌ ଧରିଥିଲା। ଏଥିରେ ଉଭୟ ପକ୍ଷର ୫ ଜଣ ଆହତ ହୋଇଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଗୁରୁତର ଆହତଙ୍କୁ ଉଦ୍ଧାର କରି ପ୍ରଥମେ ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱରରେ ଏକ ଘରୋଇ ମେଡିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି। ଅନ୍ୟପଟେ ପୁଲିସ ବଳୟ ଭିତରେ ସମ୍ପୃକ୍ତ ବୁଥରେ ମତଦାନ ଚାଲିଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ

Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଦିନକରେ ୧୬ କରୋନା ରୋଗୀଙ୍କ ମୃତ୍ୟୁ, ଓଡ଼ିଶାରେ ୮୦୦ ଟପିଲା ମୃତ୍ୟୁ ସଂଖ୍ୟା

ଦିନକରେ ଓଡ଼ିଶାରେ ୩,୨୩୫ କରୋନା ଆକ୍ରାନ୍ତ‌ ଚିହ୍ନଟ

Plus III Admission: ଆଜି ପ୍ରକାଶ ପାଇବ ପ୍ରଥମ ମେରିଟ୍ ଲିଷ୍ଟ

କରୋନାରୁ ଆରୋଗ୍ୟ ହେଲେ ୩୩୭୮ ଆକ୍ରାନ୍ତ

ଦିନକରେ ଓଡ଼ିଶାରେ ୧୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ବଲିଉଡ୍‌ରେ ଡ୍ରଗ୍ସ ଲିଙ୍କ୍‌ ମାମଲା: ଦୀପିକା, ସାରାଙ୍କ ସମେତ ଏହିସବୁ ଅଭିନେତ୍ରୀଙ୍କ ଫୋନ୍‌ ସିଜ୍‌

JEE Advanced 2020: କୋଭିଡ୍‌ ଗାଇଡ୍‌ଲାଇନ୍ସ ପାଳନ କରି ହେବ ପରୀକ୍ଷା

ଭାରତର ବନ୍ଧୁ ବୋଲି ପୁଣି ଥରେ ପ୍ରମାଣିତ କଲା ମାଲଦୀପ

ସହକାରୀ ଜିଲ୍ଲାପାଳଙ୍କୁ ମାଡ଼ ମାରି ପରିବାର ସହ ଗିରଫ ହେଲେ ଘର ମାଲିକ

ଅକ୍ଟୋବରରେ ହେବ ଭାରତ ପ୍ରସ୍ତୁତ ’କୋଭାକ୍ସିନ’ର ତୃତୀୟ ପର୍ଯ୍ୟାୟ ପରୀକ୍ଷଣ

ଭୁବନେଶ୍ୱରରେ ଚୋରା ବନ୍ଧୁକ ଡିଲ୍‌ର ପର୍ଦ୍ଦାଫାସ

You might also like