ଓଡିଶା ସମେତ ୯ଟି ରାଜ୍ୟକୁ ଏକ ଲକ୍ଷ ଟଙ୍କା ଲେଖାଏଁ ଜୋରିମାନା

ନୂଆଦିଲ୍ଲୀ: ସହରାଞ୍ଚଳରେ ବାସହୀନ ଲୋକମାନଙ୍କ ଥଇଥାନ ପାଇଁ ପଦକ୍ଷେପ ନେଇ ନଥିବାରୁ ୯ଟି ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା। ଏ ସମ୍ପର୍କିତ ମାମଲାର ଶୁଣାଣି କରି ସୁପ୍ରିମକୋର୍ଟ ଓଡିଶା ସମେତ ୯ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳକୁ ଏକ ଲକ୍ଷ ଟଙ୍କା ଲେଖାଏଁ ଜୋରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ବାସହୀନଙ୍କ ଥଇଥାନ ସମ୍ପର୍କିତ କମିଟିରେ ସାମାଜିକ କର୍ମୀଙ୍କୁ ସାମିଲ କରାଯାଇ ନଥିବାରୁ ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି।

ଜଷ୍ଟିସ ମଦନ ଲୋକୁର ଓ ଜଷ୍ଟିସ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଦୁଇ ଜଣିଆ ଖଣ୍ଡପୀଠ ଏହି ରାୟ ଦେଇଛନ୍ତି। ସମସ୍ତଙ୍କ ପାଇଁ ବାସଗୃହ ସର୍ବନିମ୍ନ ଅାବଶ୍ୟକ ବୋଲି କୋର୍ଟ ମତ ଦେଇଛନ୍ତି। ଓଡିଶା, ଚଣ୍ଡିଗଡ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ମଣିପୁର, ଗୋଅା, ମିଜୋରାମ, ମେଘାଳୟ ଓ ତ୍ରିପୁରାକୁ  ଏକ ଲକ୍ଷ ଟଙ୍କା ଲେଖାଏଁ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ହରିଅାଣା ସରକାରକୁ ୫ଲକ୍ଷ ଟଙ୍କା ଜରିମାନା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

You might also like